Breaking NewsFeaturedଓଡ଼ିଶାଜାତୀୟ

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ! ଖୁବ୍‌ ବର୍ଷିବ…

ୟେଲୋ ୱାର୍ଣ୍ଣିଂ ଜାରି

ମୋବାଇଲ୍‌ ନ୍ୟୁଜ୍‌ ବ୍ୟୁରୋ:  ଆସନ୍ତା ୧୬ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୧୮ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ।

ଶନିବାର ପାଇଁ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com