ଓଡ଼ିଶା

ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି

ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟକୁ ପୂର୍ବ ଦିଗରୁ ଉଷ୍ମ ଓ ଶୁଷ୍କ ପବନ ପ୍ରବାହ ବୃଦ୍ଧି ପାଇଥିବାରୁ ତାପମାତ୍ରାରେ ପରିବର୍ତ୍ତନ ପରିଲକ୍ଷିତ ହୋଇଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଅଞ୍ଚଳର ସବୁ ଜିଲ୍ଲାରେ ଘନ କୁହୁଡି ହେବବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିପାଇଁ ୨୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଗତକାଲି କୋରାପୁଟରେ ସର୍ବନିମ୍ନ ରାତି ତାପମାତ୍ରା ୬ ଦଶମିକ ୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡିରେ ୭, ଉଦୟଗିରିରେ ୭ ଦଶମିକ ୪ ଏବଂ କେନ୍ଦୁଝରରେ ୮ ଦଶମିକ ୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com