ଓଡ଼ିଶା

ଦିନରାତି ଯିଏ ଏକ କରି ଖଟିବ ସିଏ ଉପରକୁ ଯିବ : ପାଣ୍ଡିଆନ

ଗଜପତି ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ  ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି  କାର୍ତ୍ତିକ ପାଣ୍ଡିଆନ । ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବାକୁ ଦେଇଛନ୍ତି ସକସେସ୍ ଟିପ୍ସ। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି  ପାଣ୍ଡିଆନ । ଦିନରାତି ଯିଏ ଏକ କରି ଖଟିବ ସିଏ ଉପରକୁ ଯିବ । ସଫଳତାର ମୂଳ ମନ୍ତ୍ର କଠିନ ପରିଶ୍ରମ, ଏହାର କୌଣସି ବିକଳ୍ପ ନାହିଁ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ।  ପାଠପଢା ସହ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ହେବ।

ଆଉ ଏହି ବ୍ୟକ୍ତିତ୍ବ ବୃଦ୍ଧି କରିବାକୁ ଏହି ନୂଆ ଓ କାର୍ୟ୍ୟକ୍ରମ ବୋଲି କହିଛନ୍ତି  କାର୍ତ୍ତିକ ପାଣ୍ଡିଆନ। କୌଣସି ପ୍ରତିଯୋଗିତାରେ ଜିତିବା ଅପେକ୍ଷା ଅଂଶଗ୍ରହଣ ଅତି ଗୁରୁତ୍ବପୂର୍ଣ୍ଣ । ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାମଗ୍ରିକ ବ୍ୟକ୍ତିତ୍ବର ବିକାଶ କରିବାରେ ସହାୟକ ହେବ। ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ସହ ଆତ୍ମବିଶ୍ବାସ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ସଫଳତା ହାସଲ କରିବାକୁ ଫିଟ୍ ରହିବା ଉପରେ ଗୁରୁତ୍ବ ଦେଇଛନ୍ତି । ଏଥିଲାଗି ପ୍ରତିଦିନ ୩୦ ମିନିଟ ଶାରିରୀକ ବ୍ୟାୟାମ କରିବାକୁ ପରାମର୍ଶ ଦେଇଛନ୍ତି । ଶାରିରୀକ ବ୍ୟାୟାମ ସହ ଦୈନିକ ମାନସିକ ୧୫ ମିନିଟ ଧ୍ୟାନ କରିବାକୁ ମଧ୍ୟ କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସିରେ ରହିବେ । ଆପଣମାନଙ୍କର ଭବିଷ୍ୟତ ଉଜ୍ଜଳ ହେଲେ ଓଡ଼ିଶାର ଭବିଷ୍ୟତ ଉଜ୍ଜଳ ହେବ ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

Related Articles

Back to top button
WP Twitter Auto Publish Powered By : XYZScripts.com