Featuredଓଡ଼ିଶା

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଗଜ ଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଗଜ ଉଦ୍ଧାରଣ ବେଶ । ଏହି ବେଶରେ ଶ୍ରୀଜଗନ୍ନାଥ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ । ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ ମହାପ୍ରଭୁ ।

ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com