ଅନ୍ୟାନ୍ୟ

କେମିତି ଗୁଳି କରିଥିଲେ ଦେଖାଉଛନ୍ତି ଅଭିଯୁକ୍ତ ଗୋପାଳ କୃଷ୍ଣ

ଭୁବନେଶ୍ୱର, ୦୭/୦୨/୨୦୨୩ –   ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରିଥିବା ସ୍ଥାନରେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଧରି ପହଞ୍ଚିଛି କ୍ରାଇମବ୍ରାଞ୍ଚ । କେମିତି ଗୁଳିମାଡ କରିଥିଲେ ତାହାର ଅଭିନୟ କରି ଦେଖାଉଛନ୍ତି ଅଭିଯୁକ୍ତ ଗୋପାଳ କୃଷ୍ଣ । ଗୁଜରାଟ ଗାନ୍ଧୀନଗରରୁ ଆସିଥିବା ଏକ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିଛି । ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡରେ ତଦନ୍ତକାରୀ ଟିମ୍ ଗୋପାଳଙ୍କୁ ମାରାଥନ ଜେରା କରୁଛି ।

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଗତମାସ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ । ସେ ସେହି କାର୍ଯ୍ୟକ୍ରମ ସ୍ଥଳରେ ମଞ୍ଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ASI ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com