ଓଡ଼ିଶା

BMC ର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ

ଭୁବନେଶ୍ୱର, ୦୯/୦୨/୨୦୨୩ –   ଭୁବନେଶ୍ୱର ମହାନଗର ନିଗମ – BMC ର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲିଧର ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା BMCକୁ ଏହାପରେ ହାଇକୋର୍ଟରୁ ଶକ୍ତ ଧକ୍କା ଲାଗିଛି । ବର୍ଦ୍ଧିତ ଦରରେ BMC ହୋଲଡିଂ ଟିକସ ଆଦାୟ କରି ପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ହୋଲଡିଂ ଟିକସ ପ୍ରସଙ୍ଗରେ ୨୦୨୧ ଏପ୍ରିଲ ୨୨ରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି BMC ସୁପ୍ରିମକୋର୍ଟରେ ଦାୟର କରିଥିବା SLP ଗତ ନଭେମ୍ବର ମାସରେ ଖାରଜ ହୋଇ ଯାଇଥିଲା । ପୁର୍ବରୁ BMC ଅନେକ ଲୋକଙ୍କ ଠାରୁ ବର୍ଦ୍ଧିତ ଦରରେ ହୋଲଡିଂ ଟିକସ ଆଦାୟ କରିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com