ବିଜ୍ଞାନ ଓ ପ୍ରଯୁକ୍ତି

ନବ ଦାସଙ୍କ ସ୍ମୃତିସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୯/୦୨/୨୦୨୩ –  ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେବାପାଇଁ  ଝାରସୁଗୁଡ଼ା ସରବାହାଲଠାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସମେତ ଏହି ସ୍ମୃତିସଭାରେ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ ଓ ବିଧାୟକ ଉପସ୍ଥିତ ରହି ନବ ଦାସଙ୍କ ସ୍ମୃତିଚାରଣ କରିଥିଲେ।ବରଗଡ଼ର ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଅବତରଣ କରିବାପରେ ସେଠାରୁ ହେଲିକପ୍ଟରରେ ଆସି ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରି ନିକଟରେ ଥିବା ସରବାହାଲ ହାଇସ୍କୁଲ ପଡ଼ିଆକୁ ଯାଇ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ନବଙ୍କ ଲୋକପ୍ରିୟତା ଦୃଷ୍ଟିରୁ ଜନସମାଗମକୁ ଆଖିରେ ରଖି ୫୦ ହଜାରରୁ ଅଧିକ ଲୋକଙ୍କ ଖାଦ୍ୟର ବ୍ୟବସ୍ଥା କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com