ଜୀବନଶୈଳୀ

ଭାରତୀୟ ଦ୍ଵିତୀୟ ରାଇସ କଂଗ୍ରେସକୁ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ, ୧୧/୦୨/୨୦୨୩ –    CRRI ସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶନିବାର ଧାନ ଗବେଷଣା କେନ୍ଦ୍ରରେ ଦ୍ଵିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି । ଏହି ଅବସରରେ ଇଣ୍ଡିଆନ୍ ରାଇସ କଂଗ୍ରେସ ଉପରେ ଆଧାରିତ ଏକ ପୁସ୍ତକର ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଉଦବୋଧନ ଦେଇ କହିଛନ୍ତି, ଚାଉଳ ଜୀବନର ଶସ୍ୟ । ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ । ଶନିବାର ଠାରୁ ୪ ଦିନ ଧରି ଚାଲିବାକୁ ଥିବା ରାଇସ କଂଗ୍ରେସରେ ଦେଶ ବିଦେଶରୁ ପ୍ରାୟ ୩୫୦ ଜଣ କୃଷି ବୈଜ୍ଞାନିକ ମଧ୍ୟ ଯୋଗ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com