ବିଜ୍ଞାନ ଓ ପ୍ରଯୁକ୍ତି

ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ, ୧୬/୦୨/୨୦୨୩ –   ଗୁରୁବାର ଅନୁଷ୍ଠିତ ହେଉଛି ପୁରୀର ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି । ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାରର ସ୍ୱତନ୍ତ୍ର ନୀତି କରା ଯାଇଥାଏ । ବର୍ଷ ସାରା କ୍ଷୀର, କଦଳୀ, ଫୁଲ, ବେଲପତ୍ର, ଦହି, ସୁନା ରୂପାରେ ଆଚ୍ଛାଦିତ ହୋଇ ରହୁଥିବା ମହାପ୍ରଭୁ ଶ୍ରୀଲୋକନାଥଙ୍କ ଏହି ସମସ୍ତ ସାମଗ୍ରୀକୁ ଆଜି ବାହାର କରାଯାଇଛି ।

ପଙ୍କୋଦ୍ଧାର ଏକାଦଶୀ ଅବସରରେ ନୀତି ନିର୍ଘଣ୍ଟ ଅନୁସାରେ ରାତ୍ର ୧୨ଟାରୁ ଦ୍ୱାର ଫିଟା ପରେ ବିଭିନ୍ନ ନୀତିକାନ୍ତି ବଢ଼ି ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ ପଙ୍କୋଦ୍ଧାର ଶେଷ ପରେ ମାଘ ସ୍ନାନ ହୋଇ ସର୍ବସାଧାରଣ ଦର୍ଶନ ଚାଲିଛି ।

ତେବେ ପଙ୍କୋଦ୍ଧାର ଓ ଜାଗର ଅବସରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥାରେ ସାମିଲ ହେବାକୁ ଚାହୁଁଥିବା ଭକ୍ତ ମାନଙ୍କ ପାଇଁ ଏକାଦଶୀ ଦିନ ୨ହଜାର ଓ ଜାଗର ଯାତ୍ରା ଦିନ ୪ହଜାର ସ୍ବତନ୍ତ୍ର ଦର୍ଶନ ଟିକେଟ ବିକ୍ରି କରାଯିବ । ଏଥିପାଇଁ ଟିକେଟ ଦାମ୍ ୧୦୦ ଟଙ୍କା ରଖାଯାଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com