ଜାତୀୟ

କମୁଛି ସଂକ୍ରମଣ ସଂଖ୍ୟା: ୨୪ ଘଣ୍ଟାରେ ଦେଶରେ ୨,୮୬,୩୮୪ କୋଭିଡ୍‌-୧୯ ଆକ୍ରାନ୍ତ; ୫୭୩ ଜଣ ମୃତ

ନୂଆଦିଲ୍ଲୀ() ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି। ଅବଶ୍ୟ ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ସାମାନ୍ୟ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୬,୩୮୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୭୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୦୩,୭୧,୫୦୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୭୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୯୧,୭୦୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୦୬,୩୫୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୭୬,୭୭,୩୨୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୦୨,୪୭୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୩,୮୪,୩୯,୨୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୨,୨୧,୬୬,୨୪୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୪,୬୨,୨୬୧ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୯.୫୯%।

Related Articles

Back to top button
WP Twitter Auto Publish Powered By : XYZScripts.com