ଅନ୍ୟାନ୍ୟ

ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର, ୧୮/୦୨/୨୦୨୩ –   ଠେଙ୍ଗାରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କଲା ମଦ୍ୟପ ସ୍ୱାମୀ । ଏହି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପାଳସ ଗାଁରେ । ମୃତ ମହିଳା ଜଣକ ହେଉଛନ୍ତି ମମତା ଖଟୁଆ । କୌଣସି ସୁତ୍ରରୁ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି ।

ହତ୍ୟା ପରେ ବଡ଼ ଭାଇ ସହ ମିଶି ଘର ପଛ ପାଖ ଜଙ୍ଗଲକୁ ପୋଡ଼ିବାକୁ ନେବାବେଳେ ମୃତ ଦେହ ଜବତ କରିଛି । ଅଭିଯୁକ୍ତ ସ୍ୱାମୀ ଅଷ୍ଟମ ଖଟୁଆ ଓ ବଡ଼ ଭାଇ ଶିବ ଖଟୁଆକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

୫ ବର୍ଷ ତଳେ ମମତାଙ୍କୁ ଦ୍ୱିତୀୟ ବିବାହ କରିଥିଲେ । କିଛି ଦିନ ହେବ ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିବାବେଳେ ମଦ୍ୟପାନ କରି ମାଡ଼ପିଟ କରନ୍ତି । ଗତ ରାତିରେ ମଧ୍ୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାରିବାରିକ କଳହ ହୋଇଥିଲା । ଏହି କଳହରେ ଅଭିଯୁକ୍ତ ସ୍ୱାମୀ ଉତ୍ୟକ୍ତ ହୋଇ ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ବାଡେଇ ଦେଇଥିଲେ । ତେବେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com