ଅନ୍ୟାନ୍ୟ

ମୋତେ ମ୍ୟାନେଜ କରି ପାରୁନାହାନ୍ତି, ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି : ଜୟନାରାୟଣ

ଭୁବନେଶ୍ୱର, ୧୮/୦୨/୨୦୨୩ –    ନବ ଦାସଙ୍କ ହତ୍ୟାକାଣ୍ଡର ଷଡ଼ଯନ୍ତ୍ରକାରୀମାନେ ମୋ ବିରୁଦ୍ଧରେ ଏଇ ପ୍ରକାର ପ୍ରାୟୋଜିତ କାର୍ଯ୍ୟକ୍ରମ କରୁଛନ୍ତି । ମୁଁ ନବ ଦାସଙ୍କ ହତ୍ୟାକାଣ୍ଡର ଗୁମର ଖୋଲୁଥିବାରୁ ସେମାନେ ଭୟଭୀତ ହୋଇ ଯାଇଛନ୍ତି । ଏପରି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ମୋତେ ମ୍ୟାନେଜ ନ କରି ପାରିବାରୁ ମୋ ବିରୁଦ୍ଧରେ ଏହି ଷଡ଼ଯନ୍ତ୍ର କରାଯାଇଛି ।

ବିଧାନସଭାରେ ନବ ଦାସଙ୍କ ହତ୍ୟାକାଣ୍ଡର ଏକ୍ସପୋଜ ହେବ । ଘଟଣା ପଛରେ ଅନେକ ରହସ୍ୟ ରହିଛି । ମୁଦାଲାକୁ ଖଲାସ କରିଦେବା ପାଇଁ ପୋଲିସ ଚେଷ୍ଟା କରୁଛି ।  ମୋ ବିରୁଦ୍ଧରେ ଥିବା ଅଭିଯୋଗକୁ ନେଇ ଯଦି ସେମାନେ ଆଲୋଚନା କରିବାକୁ ଚାହୁଁଛନ୍ତି ମୁଁ ଖୋଲା ଡ଼ିବେଟ ପାଇଁ ପ୍ରସ୍ତୁତ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ବିଧାନସଭାରେ ବି ଯଦି ମୋ ବିଷୟ ସେମାନେ ଉଠେଇବେ ମୁଁ ଆଲୋଚନା ପାଇଁ ପ୍ରସ୍ତୁତ ।

ବାସଭବନ ଆଗରେ ବିକ୍ଷୋଭକୁ ନେଇ କହିଥିଲେ ଗତକାଲି କିନ୍ନରମାନେ ବିକ୍ଷୋଭ କରିବା ପାଇଁ ମିଠା ଖାଇ ମୋତେ ଆଶୀର୍ବାଦ କରି ଯାଇଛନ୍ତି । ସେହିପରି ଆଜି ଯେଉଁ ବିକ୍ଷୋଭ ହେଇଛି ସେମାନେ ଗତକାଲି ମୋ ଘରକୁ ଆସି କହିଥିଲେ ଯେ ଆମକୁ ଉପରୁ ନିର୍ଦ୍ଦେଶ ଅଛି ବିକ୍ଷୋଭ କରିବା ପାଇଁ ।

Related Articles

Back to top button
WP Twitter Auto Publish Powered By : XYZScripts.com