Featuredଓଡ଼ିଶାରାଜନୀତି

ପଦମପୁର ଯାଇ ପଦମପୁରବାସୀଙ୍କୁ ଧନ୍ୟବାଦ ଜଣାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପଦମପୁର ଯାଇ ପଦମପୁରବାସୀଙ୍କୁ ଧନ୍ୟବାଦ ଜଣାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ଜିତାଇ ଥିବାରୁ ଜଣାଇବେ ଧନ୍ୟବାଦ । ଏଥିସହିତ ଝାରବନ୍ଧ, ପାଇକମାଳ ଓ ପଦମପୁରରେ କରିବେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ ସହ ମିଶନ ଶକ୍ତି ଏସଏଚଜି ଗ୍ରୁପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ ।

ଅପରାହ୍ନ ୩ ଟା ୫୫ରେ ପଦମପୁର କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ । ଝାରବନ୍ଧ ବ୍ଲକର ଶକ୍ତି ଛକ ପଡିଆ, ପାଇକମାଳ ହାଇସ୍କୁଲ ପଡିଆ ଓ ପଦମପୁର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପଦମପୁର ବାସୀଙ୍କୁ ଧନ୍ୟବାଦ ଦେବେ ।
ଶାନ୍ତି ଶୃଙ୍ଖଳାର ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ ଶେଷ କରିବାକୁ ପ୍ରଶାସନ ପ୍ରସ୍ତୁତି କରିଛି । ସୁରକ୍ଷା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ, ୫ ଜଣ ଆଡିସନାଲ ଏସପି, ୧୬ ଜଣ ଡିଏସପି ମୁତୟନ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com