ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରରେ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା ଘଟଣାରୁ ଏଯାଏ ପରଦା ହଟିପାରିନି। ଏହାରି ଭିତରେ ପୁଣି ଜଣେ ଜନ ପ୍ରତିନିଧିଙ୍କୁ ହତ୍ୟା ପାଇଁ ଯୋଜନା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ହତ୍ୟା ପାଇଁ ଜଣେ କନେଷ୍ଟବଳ ଯୋଜନା କରିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ପରେ କୋଲାବିରା ଥାନାରେ କାର୍ଯ୍ୟରତ କନେଷ୍ଟବଳ ସରୋଜ ଦାସଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରି ଅଣାଯାଇଥିବା ବେଳେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ବେଳେ ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ବୋଲି ଏସ୍ପି ଏସ୍.ପରମାର ସୂଚନା ଦେଇଛନ୍ତି।