
ରାଜ୍ୟର ୩ଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ରହିଛି ସୁନା ପଥର। ରାଜ୍ୟ ଖଣି ଓ ଭୂତତ୍ତ୍ୱ ନିର୍ଦ୍ଦେଶାଳୟ ଓ ଭାରତୀୟ ସର୍ବେକ୍ଷଣ ସଂସ୍ଥା ମାଧ୍ୟମରେ ପ୍ରାରମ୍ଭିକ ଅନୁସନ୍ଧାନ କରାଯାଇ ରାଜ୍ୟର ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ସୁନା ପଥର ଥିବାର ସୂଚନା ମିଳିଛି । ଏ ନେଇ ଆଜି ବିଧାନସଭାରେ ଖଣି ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି ।