ଓଡ଼ିଶା

ରାଜ୍ୟରେ ଉପରମୁହାଁ ପାରଦ, ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ଆହୁରି ବଢିବ ତାପମାତ୍ରା । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାର୍ଚ୍ଚ ମାସ ଦ୍ବିତୀୟ ସପ୍ତାହ ବେଳକୁ ରାଜ୍ୟରେ ସ୍ଥିତି ସଂଗୀନ ହୋଇପାରେ । ଚଳିତ ମାସରେ ଭୁବନେଶ୍ବର ଦେଶର ପଞ୍ଚମ ସର୍ବାଧିକ ତାପମାତ୍ରାରେ ରେକର୍ଡ କରିଥିବା ବେଳେ ସୋନପୁର ଦ୍ବିତୀୟ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବଢିବ । ମେଘ ମୁକ୍ତ ଆକାଶ ସହ ସାମୁଦ୍ରିକ ବାୟୁ ପ୍ରବାହ କମିବ । ଫଳରେ କିଛି ସ୍ଥାନରେ ୩୮ ରୁ ୪୦ ଡିଗ୍ରୀ ତାପମାତ୍ରା ଛୁଇଁପାରେ ବୋଲି ଆକଳନ କରାଯାଇଛି । ରାଜଧାନୀ ଭୁବନେଶ୍ବର ସମେତ ମାଲକାନଗିରି, ଅନୁଗୁଳ, ତାଳଚେର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ଟିଟିଲାଗଡ଼, ବଲାଙ୍ଗିର, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁରରେ ସ୍ବାଭାବିକ ଠାରୁ ଯଥେଷ୍ଟ ଅଧିକ ପାରଦ ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com