ଅନ୍ୟାନ୍ୟ

୮ ହଜାର ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୨/୦୩/୨୦୨୩ –    ମିଶନଶକ୍ତି ଗୋଷ୍ଠୀ ସହଭାଗୀମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ଆହାର କର୍ମୀ, ଜଳ ସାଥୀ, ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରା ଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ  ଉଷା ଦେବୀ କହିଥିଲେ ଯେ ମିଶନ ଶକ୍ତି ମା ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡିଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି । ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ ।

ସେହିଭଳି ମିଶନ ଶକ୍ତି ମନ୍ତ୍ରୀ  ବାସନ୍ତୀ ହେମ୍ବ୍ରମ କହିଛନ୍ତି ଯେ ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି । ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି । ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ, BMC କମିଶନର  ବିଜୟ ଅମୃତ କୁଲାଙ୍ଗେ, BMC ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com