ଓଡ଼ିଶା

ରାଜ୍ୟରେ କମୁଛି ଶୀତ : ଆହୁରି ୨ ରୁ ୩ ଡିଗ୍ରୀ ତାତି ବଡ଼ିବ

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ ଶୀତ କମିବାରେ ଲାଗିଛି । ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୧ରୁ ୧୨ଡିଗ୍ରୀ ଉପରେ ରହିଛି । ଗତ ୨୪ ଘଣ୍ଟାରେ ପୁରୀର ସର୍ବନିମ୍ନ ତାପମାତ୍ରା ୨୦.୪ ଡିଗ୍ରୀ ରହିଛି । ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିପାରେ । ବୁଧବାର ରାଜ୍ୟରେ ଘନ କୁହୁଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ୨ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହୋଇପାରେ । କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ରେ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com