ବିଜ୍ଞାନ ଓ ପ୍ରଯୁକ୍ତି

ମାର୍ଚ୍ଚ ୧୦ ତାରିଖରୁ ଦଶମ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା

ଭୁବନେଶ୍ୱର, ୦୬/ ୦୩/ ୨୦୨୩ –   ମାର୍ଚ୍ଚ ୧୦ ତାରିଖରୁ ଅନୁଷ୍ଠିତ ହେବ ଦଶମ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପରୀକ୍ଷା । ଏହି ପରୀକ୍ଷା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ରବିବାରଠାରୁ ପ୍ରଶ୍ନପତ୍ର ପଠାଇବା ପ୍ରକ୍ରିୟା ଆରମ୍ଭ କରାଯାଇଛି । ଚଳିତ ବର୍ଷ ରାଜ୍ୟର ୩, ୨୧୮ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।

ତେବେ ପରୀକ୍ଷାକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ମାଟ୍ରିକ୍ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କରାଯାଇଛି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, SP , ଜିଲ୍ଲା ଶିକ୍ଷାଧିକାରୀ ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ପରୀକ୍ଷା ନିମନ୍ତେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଓ ମାଲକାନଗିରିରେ ୧୦ଟି ପୋଲିସ ଷ୍ଟେସନକୁ ମିଶାଇ ମୋଟ ୩୧୬ଟି ନୋଡ଼ାଲ ସେଣ୍ଟର କରାଯାଇଛି ।

ସମସ୍ତ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟବେକ୍ଷକ ଓ ଫ୍ଲାଇଂ ସ୍କ୍ୱାର୍ଡ ମୁତୟନ କରିବା, ପ୍ରଶ୍ନପତ୍ର ଓ ଉତ୍ତର ଖାତା ରହୁଥିବା ଷ୍ଟ୍ରଙ୍ଗ ରୁମ୍‌ରେ ୨୪ ଘଣ୍ଟିଆ ନିରାପତ୍ତା ବ୍ୟବସ୍ଥା, ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସୁରକ୍ଷାକର୍ମୀ ମୁତୟନ, ପିଇବା ପାଣି ଓ ବିଦ୍ୟୁତ୍‌ର ବ୍ୟବସ୍ଥା କରିବା ତଥା ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପରୀକ୍ଷା ଶେଷ ହେବା ପରେ ୫୬ଟି ପରୀକ୍ଷା କେନ୍ଦ୍ରରେ ଖାତା ଦେଖା ଆରମ୍ଭ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com