ଅନ୍ୟାନ୍ୟ

୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର, ୧୨/୦୩/୨୦୨୩ –    ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧୫ ତାରିଖରୁ  ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇଛି ।

ରବିବାର ପଶ୍ଚିମା ଝଡ଼ର ପ୍ରଭାବ ରାଜ୍ୟର ୮ ଜିଲ୍ଲାରେ ପଡ଼ିବ । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, କୋରାପୁଟ ଏବଂ ନବରଙ୍ଗପୁରରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com