ଅନ୍ୟାନ୍ୟ

ନ୍ୟୁଜିଲାଣ୍ଡରେ ଭୂମିକମ୍ପ

ଭୁବନେଶ୍ୱର, ୧୬/୦୩/୨୦୨୩ –     ଭୂମିକମ୍ପରେ ଥରିଲା ନ୍ୟୁଜିଲାଣ୍ଡ । US ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା  ଅନୁଯାୟୀ, ଗୁରୁବାର ସକାଳୁ ନ୍ୟୁଜିଲାଣ୍ଡର କେର୍ମାଡେକ୍‌ ଦ୍ୱୀପରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ କରାଯାଇଛି । ଏହାର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ ୧୦ କିଲୋମିଟର ଗଭୀରତାରେ ରହିଛି ।

ଏହି ଭୂମିକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଆଶଙ୍କା କରାଯାଉଛି । ତେବେ ଏପର୍ଯ୍ୟନ୍ତ କ୍ଷୟକ୍ଷତିର ସୂଚନା  ମିଳିନାହିଁ ।  ଭୂମିକମ୍ପ ପରେ ସ୍ଥାନୀୟ ଅଞ୍ଚଳର ୩୦୦ କିଲୋମିଟର ପରିସୀମା ମଧ୍ୟରେ ସୁନାମୀ ସତର୍କତା ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com