ଓଡ଼ିଶା

କାଳବୈଶାଖୀ ବର୍ଷା ପାଇଁ ୧୭ଟି ଜିଲ୍ଲାକୁ ସତର୍କତା ଜାରି

ଆଜି କାଳବୈଶାଖୀ ବର୍ଷା ପାଇଁ ୧୭ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପୂରା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ ଏବଂ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଆସନ୍ତାକାଲି ବର୍ଷାର ପରିମାଣ କମିଲେ ମଧ୍ୟ ଉତ୍ତର ଓଡ଼ିଶାରେ ପ୍ରଭାବ ରହିବ । ଏଥିପାଇଁ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨୧ ଏବଂ ୨୨ ତାରିଖ ବେଳକୁ ପଶ୍ଚିମା ଝଡର ପ୍ରଭାବ କମିବା ସହ ତାପମାତ୍ରା ବୃଦ୍ଧି ହେବ । ୩ ରୁ ୪ ଡିଗ୍ରୀ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି । ଗତକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅସ୍ତବ୍ୟସ୍ତ ହୋଇଥିଲା ଜନଜୀବନ । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ ହନ୍ତସନ୍ତ କରିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com