ସ୍ୱାସ୍ଥ୍ୟ

୩୦୦୦ ଟପିଲା ଦିନକର ଆକ୍ରାନ୍ତ ସଂଖ୍ୟା

ସାରା ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦିଲ୍ଲୀ ସମେତ ତେଲେଙ୍ଗାନା, ତାମିଲନାଡ଼ୁ, ମହାରାଷ୍ଟ୍ର, କର୍ଣ୍ଣାଟକ ଇତ୍ୟାଦି ରାଜ୍ୟରେ ଏହାର ପ୍ରକୋପ ବୃଦ୍ଧି ପାଇଛି । ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନେଇ ବିଭିନ୍ନ ମହଲରେ ଗଭୀର ଉଦବେଗ ପ୍ରକାଶ ପାଉଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଘଟଣା ବର୍ତ୍ତମାନ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ ଚିନ୍ତା ବଢାଇ ଦେଇଛି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୫୦୯କୁ ବୃଦ୍ଧି ପାଇଛି । ଦିଲ୍ଲୀରେ ୨୪ ଘଣ୍ଟାରେ ୩୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ଘଟଣା କେଜ୍ରିୱାଲ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com