ବିଜ୍ଞାନ ଓ ପ୍ରଯୁକ୍ତି

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୦୧/୦୪/୨୦୨୩ –    ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରିବା ହେଉଛି ପ୍ରତ୍ୟକ ଓଡିଆଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡିଶା ଜନ୍ମ ନେଇଥିଲା । ଓଡିଶାର ବହୁ ବରପୁତ୍ର ମିଶି ଉତ୍କଳ ପ୍ରଦେଶ ଗଠନ କରିଥିଲେ । ସେବେଠାରୁ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବରେ ପାଳନ କରାଯାଉଛି । ଏନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି । ଓଡିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷ କରି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।

ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡିଶା ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ ଇଞ୍ଚିନ ହେବାର ସାମର୍ଥ୍ୟ ବହନ କରେ । ମୁଁ ଓଡିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରୁଛି । ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଟ୍ୱିଟ କରି ଓଡିଶାବାସୀଙ୍କୁ ଶୁଭେଚ୍ଛା ଦେବା ସହ ଓଡିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପ କରିବାକୁ ଆହ୍ୱାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।

ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଓଡିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ କରି ଓଡିଶା ପ୍ରଦେଶ ଗଠନର ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଓଡିଆ ଜାତିକୁ ପୁଣି ଥରେ ଶକ୍ତିଶାଳୀ , ସମୃଦ୍ଧ ଓ ଭବ୍ୟ କରିବା ପାଇଁ ସଂକଳ୍ପ ବଦ୍ଧ ହେବା ବୋଲି କହିଛନ୍ତି । ସେହିପରି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସୁନ୍ଦର ବାଲୁକା କଳା ମାଧ୍ୟମରେ ସମସ୍ତ ଓଡିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହା ସହ ବହୁ ବରିଷ୍ଠ ବ୍ୟକ୍ତି ବିଶେଷ ମଧ୍ୟ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ।

 

 

Related Articles

Back to top button
WP Twitter Auto Publish Powered By : XYZScripts.com