ଓଡ଼ିଶା

ଏପ୍ରିଲ ୧୧ରୁ ସକାଳୁଆ ବିଦ୍ୟାଳୟ

ଭୁବନେଶ୍ୱର, ୦୨/ ୦୪/ ୨୦୨୩ –    ଆସନ୍ତା ଏପ୍ରିଲ ୧୧ରୁ ସକାଳୁଆ ପାଠପଢ଼ା । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାର ଦିନ ୧୧ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଚାଲିବ । ଆଉ କିଛି ଦିନ ପରେ  ତାପମାତ୍ରା ବଢିବ । ବର୍ତ୍ତମାନ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଥିବା ବେଳେ ଏପରି ସ୍ଥିତି ଆଉ ମାତ୍ର ଦୁଇରୁ ୩ ଦିନ ରହିବ । ଏହାପରେ ପ୍ରବଳ ଖରା ହେବ । IMDର ଏହି ଆକଳନ ପରେ ରାଜ୍ୟ ଗଣ ଶିକ୍ଷା ବିଭାଗ ପିଲାମାନଙ୍କ ପାଇଁ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି ।

ଏଥି ସହିତ ଯଦି ଖରା ବଢେ ତେବେ ସ୍ଥଳ ବିଶେଷରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲମାନଙ୍କରେ ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଇତ୍ୟାଦି ଯୋଗାଇ ଦେବା ପାଇଁ ସମସ୍ତ ବିଦ୍ୟାଳୟର କର୍ତ୍ତୃପକ୍ଷଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ଶିକ୍ଷାବର୍ଷ ୨୦୨୩-୨୪ରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା କାର୍ଯ୍ୟକ୍ରମ ଚଳିତ ଏପ୍ରିଲ ମାସ ୩ ତାରିଖରୁ ଆରମ୍ଭ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com