ଓଡ଼ିଶା

୧୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୦୪/୦୪/୨୦୨୩ –   କାଳ ବୈଶାଖୀ ପ୍ରଭାବରେ ରାଜ୍ୟରେ ଜାରିରହିଛି ବର୍ଷା ଓ ଘଡଘଡି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ଘଡଘଡି ସହ ବର୍ଷ ସମ୍ଭାବନା ରହିଛି । ତେଣୁ କଟକ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର , ଅନୁଗୁଳ , ଢେଙ୍କାନାଳ, ଗଞ୍ଜାମ, ସୋନପୁର, ବଲାଙ୍ଗୀର, ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୮ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଅନ୍ୟପଟେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ । ଅପରାହ୍ନ ବେଳକୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପାଗ ସମ୍ପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟର ତାପମାତ୍ରା ଏହି ସମୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com