Featuredଓଡ଼ିଶା

ଗ୍ରୀଷ୍ମପ୍ରବାହ ପାଇଁଁ ୧୬ ଯାଏଁ ସ୍କୁଲ ସହ ଅଙ୍ଗନୱାଡି ଛୁଟି

ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ସହିତ ଅଙ୍ଗନବାଡି ମଧ୍ୟ ବନ୍ଦ ରହିବ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ପିଲାଙ୍କ ସ୍ବାସ୍ଥ୍ୟବସ୍ଥାକୁ ନଜରରେ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି ।

ରାଜ୍ୟରେ ଗତ କିଛିଦିନ ଧରି ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି । ବିଭିନ୍ନ ଜିଲ୍ଲାକୁ ହିଟ ଓ୍ବେଭ ଜାରି କରାଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ଏବଂ ଶକ୍ତି ବିଭାଗକୁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com