ଅନ୍ୟାନ୍ୟ

ଭୁବନେଶ୍ୱରରେ ଖୋଲିବ ଆଉ ୩ଟି ନୂଆ ଅଗ୍ନିଶମ କେନ୍ଦ୍ର

 ଭୁବନେଶ୍ୱର, ୧୮ /୦୪/ ୨୦୨୩ –    ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର । ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ପାହାଳ, ତମାଣ୍ଡୋ ଓ ମଞ୍ଚେଶ୍ୱରରେ ପ୍ରତିଷ୍ଠା କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏଁ କର୍ମଚାରୀ ରହିବେ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି ।  ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ରହିବେ । ଭୁବନେଶ୍ୱରର କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ପରିସରକୁ ଦୃଷ୍ଟିରେ ରଖି ଧନଜୀବନକୁ ସୁରକ୍ଷା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com