ବିଜ୍ଞାନ ଓ ପ୍ରଯୁକ୍ତି

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ, ୧୯/୦୪/୨୦୨୩ –   ଶ୍ରୀମନ୍ଦିରରେ ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି ଅବସରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।  ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବନକଲାଗି ଏକ ଗୁପ୍ତ ସେବା ହୋଇଥିବାରୁ ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ କସ୍ତୁରୀ, ହରିତାଳ, ହିଙ୍ଗୁଳ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ନୀତି ଶେଷ ପରେ ଶ୍ରଦ୍ଧାଳୁମାନେ ଠାକୁରଙ୍କ ଦର୍ଶନ କରିପାରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com