ଅନ୍ୟାନ୍ୟ

ପରପାରିରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ

 ଆଖିବୁଜିଲେ ଜଗତସିଂହପୁର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ, ୮୩ ବର୍ଷ ବୟସରେ ଦେହାନ୍ତ

ଭୁବନେଶ୍ୱର, ୨୧/ ୦୪/ ୨୦୨୩ –    ପରପାରିରେ ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମାର୍ଚ୍ଚ ୩୦ ତାରିଖରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ଆଜି ସକାଳ ପ୍ରାୟ ୭ଟା ସମୟରେ ତ୍ରିଲୋଚନଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ରାଜନୀତି କ୍ୟାରିୟରରେ ସେ ୩ଥର ବିଧାୟକ ଏବଂ ଥରେ ସାଂସଦ ଭାବରେ ନିର୍ବାଚିତ ହୋଇଥିଲେ । ସ୍ଵର୍ଗତଃ ତ୍ରିଲୋଚନ ୧୯୭୧, ୧୯୭୪ ଓ ୧୯୮୫ ମସିହାରେ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୯ ମସିହାରେ ସେ ବିଜୁ ଜନତା ଦଳ ଟିକେଟରୁ ଜଗତସିଂହପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ । ଏହା ସହ ରାଜ୍ୟ କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ସେ ଗତ କିଛି ବର୍ଷ ହେବ କଟକର ଶେଖ ବଜାରରେ ରହି ଆସୁଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com