Breaking NewsFeaturedଓଡ଼ିଶାଜାତୀୟ

ହୀରାକୁଦ ଡ୍ୟାମ, ବୁର୍ଲା ପାୱାର ହାଉସର ସ୍ଥିତି ଅନୁଧ୍ୟାନ କରିଛି ମହାନଦୀ ଟ୍ରିବ୍ୟୁନାଲ ଟିମ୍

ବରଗଡ଼: ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି ଟ୍ରିବ୍ୟୁନାଲ। ଟିମ୍‌ରେ ଅଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି । ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ଏଏମ୍ ଖାନଵାଲିକରଙ୍କ ନେତୃତ୍ବରେ ଆସିଥିବା ଏହି ଟିମ୍‌ରେ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ରବି ରଞ୍ଜନ, ଦିଲ୍ଲୀ ହାଇକୋର୍ଟର ବିଚାରପତି ଇନ୍ଦ୍ରମିତ କୌର କୋଚରଙ୍କ ସମେତ ରେଜିଷ୍ଟ୍ରାର, ୨ ଆସେସର ଅଛନ୍ତି। ଏହା ସହିତ ଛତିଶଗଡ଼ ଓ ଓଡ଼ିଶାର ଜଳସମ୍ପଦ ଅଧିକାରୀ, ଆଇନଜୀବୀ ଓ ବୈଷୟିକ ଟିମ୍‌ର ସଦସ୍ୟ ରହିଛନ୍ତି।

ଟ୍ରିବ୍ୟୁନାଲଙ୍କ ବିଚାର ପ୍ରକ୍ରିୟାରେ ଏହି ଗସ୍ତ ଓ ତଥ୍ୟ ଗୁରୁତ୍ବପୂର୍ଣ୍ଣ ହେବ। ପ୍ରଥମ ଦିନରେ ହୀରାକୁଦ ଡ୍ୟାମ, ବୁର୍ଲା ପାୱାର ହାଉସ ବୁଲି ସ୍ଥିତି ଅନୁଧ୍ୟାନ କରିଛି ଟିମ୍ । ଆଜି ଚିପିଲିମା ଅନୁଧ୍ୟାନ ପରେ ବରଗଡ ଜିଲ୍ଲା ଅତାବିରା ପହଂଚି ଟ୍ରିବ୍ୟୁନାଲ ଟିମ l ୨୩ ଯାଏଁ ଚାଲିବ ସର୍ଭେ । ଏହି ଟିମ୍ ହୀରାକୁଦ ବନ୍ଧ ସମେତ ଏହାର ଉଭୟ ତଳ ଓ ଉପରମୁଣ୍ଡ ଅଂଚଳ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଦ୍ଧିଷ୍ଠ ଏହି  ଟ୍ରିବ୍ୟୁନାଲ ଟିମ ଆଜି  ବରଗଡ଼ ଜିଲ୍ଲା ଅତାବିରା ବ୍ଲକର ଟାଙ୍ଗରପାଲି କେନାଲ ଓ ହୀରାକୁଦ ଡ୍ୟାମ ତଳି ଅଞ୍ଚଳ ବୁଲି ଅନୁଧ୍ୟାନ କରିଛନ୍ତି l କାର୍ଯ୍ୟକ୍ରମରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ, ବରଗଡ଼ ଉପ ଜିଳାପାଳ ଲଲାଟ ଲୁହା, PD DRDA, କେନାଲ ବିଭାଗ ଅଧିକାରୀ ତଥା ଜିଲ୍ଲାସ୍ତରୀୟ ପ୍ରଶାସନନିକ ଅଧିକାରୀ ଯୋଗ ଦେଇଥିଲେ l

ତେବେ ମହାନଦୀ ଟ୍ରିବ୍ୟୁନାଲ, ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଉପୁଜିଥିବା ବିବାଦ ସମାଧାନ କରିବାରେ କେତେ ସକ୍ଷମ ହେବେ ସେ ନେଇ ପୁଣି ଥରେ ଆରମ୍ଭ ହୋଇଛି ଚର୍ଚ୍ଚା।

Related Articles

Back to top button
WP Twitter Auto Publish Powered By : XYZScripts.com