ଓଡ଼ିଶା

ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଥା ଦେଇ କଥା ରଖିଲେ ରାଜ୍ୟ ସରକାର । ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହା ସହିତ ଅଙ୍ଗନବାଡି କର୍ମୀଙ୍କ ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com