ଓଡ଼ିଶାଶିକ୍ଷା

ଆଜି ବାହାରିବ +2 ବାଣିଜ୍ୟ ଓ ବିଜ୍ଞାନ ରେଜଲ୍ଟ

ମୋବାଇଲ ନ୍ୟୁଜ ବ୍ୟୁରୋ –   ଆଜି +2 ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ । ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଦିନ ୧୧ଟାରେ ରେଜଲ୍ଟ  ଘୋଷଣା କରାଯିବ । ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ । ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ ।

ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ୧୧୪୫ ପରୀକ୍ଷା କେନ୍ଦ୍ରରେ ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଦେଇଛନ୍ତି ।

ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଚଳିତବର୍ଷ ମୋଟ ୧୧ ଶହ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୬୫ଟି ଅଫଲାଇନ କେନ୍ଦ୍ର ଓ ୩୯ଟି ଅନଲାଇନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା । ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ ବାହାରିପାରେ ବୋଲି ଜଣାପଡ଼ିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com