ଓଡ଼ିଶାଜାତୀୟ

ବାହାନଗା ଟ୍ରେନ ଦୁର୍ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା

ମୋବାଇଲ ନ୍ୟୁଜ 24X7 ବ୍ୟୁରୋ –   ବାଲେଶ୍ୱର ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୨୮୮ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେହିପରି ୯୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏନେଇ ସୂଚନା ଦେଇଛନ୍ତି । ଦୁର୍ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି  ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସେଠାରେ ପହଞ୍ଚିଛନ୍ତି ।

ସେପଟେ ଆଉ କିଛି ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ସେଠାରେ ପହଞ୍ଚି ସ୍ଥିତି ସମୀକ୍ଷା କରିବେ ବୋଲି ଜଣାପଡ଼ିଛି । ବର୍ତ୍ତମାନ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ସହ ଆହତଙ୍କୁ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି । ଏହାସହ ମୃତକ ଓ ଆହତଙ୍କ ପରିବାର ସହ ଯୋଗାଯୋଗ ସ୍ଥାପନ କରାଯିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ଏବେ ବି ବଗି ତଳେ କିଛି ଯାତ୍ରୀ ଚାପି ହୋଇରହିଥିବା ସୂଚନା ମିଳିଛି । ତେବେ ଆଗକୁ ଏହି ସଂଖ୍ୟା ଆହୁରି ବଢ଼ିବ ବୋଲି କୁହାଯାଉଛି ।

 

 

Related Articles

Back to top button
WP Twitter Auto Publish Powered By : XYZScripts.com