ଓଡ଼ିଶା

ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ଦାୟିତ୍ବବାନ ହୁଅନ୍ତୁ

ଭୁବନେଶ୍ବର: ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଏଥର ମା’ ମାନେ ବହୁ ସଂଖ୍ୟାରେ ଜିତିଛନ୍ତି । ମା’ ମାନେ ପଞ୍ଚାୟତର ମଙ୍ଗ ଧରୁଛନ୍ତି । ପଞ୍ଚାୟତର ଗୁରୁତ୍ବ ବେଶୀ ରହିଛି ।

ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ସରକାରୀ ସେବା ପାଇବାରୁ ବ଼ଞ୍ଚିତ ନହୁଅନ୍ତୁ ସେଥିପ୍ରତି ଧ୍ୟାନ ଦେବାକୁ କହିଛନ୍ତି ନବୀନ। ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ଅଧିକ ଦାୟିତ୍ବବାନ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ସୁଖଦୁଃଖରେ ସେମାନଙ୍କ ସାଥିରେ ରହିବାକୁ ଦେଇଛନ୍ତି ପରାମର୍ଶ ।

ନିଜ କାମ ଦ୍ବାରା ଗ୍ରାମବାସୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରନ୍ତୁ ଏବଂ ଏପରି କାମ କରନ୍ତୁ ଗାଁ ଓ ପଞ୍ଚାୟତ ଯେପରି ଅନ୍ୟମାନଙ୍କ ପାଇଁ ଆଦର୍ଶ ହେବ ବୋଲି ସେ ପରାମର୍ଶ ଦେଇଛନ୍ତି । ଗ୍ରାମବାସୀଙ୍କ ଆସ୍ଥା ଓ ଭରସା ରକ୍ଷା କରନ୍ତୁ ବୋଲି ମନ୍ତ୍ର ଦେଇଛନ୍ତି ନବୀନ ।

ଏଥିରେ ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତିଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟେକ ବ୍ଲକରୁ ଜଣେ ସରପଞ୍ଚଙ୍କୁ ନେଇ ଏହି ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। କର୍ମଶାଳାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି, ଖାଦ୍ୟା ଯୋଗାଇ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ ଯୋଗଦେଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com