Breaking NewsFeaturedଓଡ଼ିଶାଜାତୀୟ

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ Yellow Warning

ମୋବାଇଲ୍‌ ନ୍ୟୁଜ୍‌ ବ୍ୟୁରୋ: ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗର ତଥ୍ୟ ଅନୁସାରେ ହାରାହାରି ୯.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷା ୯.୮ ମିମି ତୁଳନାରେ ୧ ପ୍ରତିଶତ ଅଧିକ। ତେବେ ମଙ୍ଗଳବାର ମୌସୁମୀ ନିମ୍ନ ଚାପ ରେଖା  ରାଜସ୍ଥାନର ଜଶେଲମେରରୁ ବାହାରି ସିକର, ଓରାଇ, ସୁଲତାନପୁର, ପାଟନା ଏବଂ ପଶ୍ଚିମବଙ୍ଗର ମାଲଦା ଦେଇ ପୂର୍ବଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି ଏବଂ ଏହା ବାୟୁମଣ୍ଡଳରେ ୦.୯ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାମଧ୍ୟରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପରିକି ୭ରୁ ୧୧ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଙ୍ଗଳବାର ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ତୁହାକୁ ତୁହା ବର୍ଷା ଲାଗି ରହିଛି। ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com