Breaking NewsFeaturedଓଡ଼ିଶା

ଦେଖିବ ଆସ, ମଣିଷ ଖାଉଛି ମଣିଷ ମାଂସ…

ଶବ ମାଂସ ଖାଇବାକୁ ନେଇ ମୟୂରଭଞ୍ଜ ଜିଲ୍ଲାରେ ଉତ୍ତେଜନା

ମୋବାଇଲ୍‌ ନ୍ୟୁଜ୍‌ ବ୍ୟୁରୋ: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପ୍ରତାପପୁର ପଞ୍ଚାୟତ ବନ୍ଧସାହି ଗ୍ରାମରେ ଏକ ଅଭାବନୀୟ ଘଟଣା। ମଣିଷ ଖାଇଲା ମଣିଷ ମାଂସ। ଶବର ପୋଡ଼ା ମାଂସ ଖାଇବାକୁ ନେଇ ପରିବାର ଲୋକଙ୍କ ସମେତ ଗ୍ରାମରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା । ମାଂସ ଖାଉଥିବା ଦୁଇ ଜଣକୁ ଗ୍ରାମବାସୀ ଅଟକ ରଖିଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ଥାନାକୁ ଆଣି ପଚରାଉଚୁରା ଜାରି ରଖିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ବନ୍ଧସାହି ଗ୍ରାମର ୨୫ ବର୍ଷୀୟା ଯୁବତୀ ମଧୁସ୍ମିତା ସିଂ ଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଡାକ୍ତରଖାନାକୁ ଆଣିଥିଲେ । ଡାକ୍ତର ମୃତ ଘୋଷଣା କରିବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା କେସ ନଂ ୪୦/୨୩ରେ ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନାକୁ ପଠାଯାଇଥିଲା । ସେଠାରୁ ଶବ ବ୍ୟବଚ୍ଛେଦ ହୋଇ ଘରକୁ ଆଣିବା ପରେ ଶବ ସତ୍କାର ପାଇଁ ଗାଁ ମଶାଣୀକୁ ନେଇଥିଲେ । ଶବ ପୋଡା ଚାଲିଥିବା ସମୟରେ ଦୁଇ ଜଣ ଲୋକ ଶବର ପୋଡା ମାଂସକୁ ଆଣି ଖାଇବାକୁ ଲାଗିଥିଲେ । ଏହା ଦେଖି ପରିବାର ଲୋକେ ଉତ୍ତ୍ୟକ୍ତ ହୋଇ ଦୁଇ ଜଣକୁ ଗାଁ ମୁଣ୍ଡରେ ଅଟକ ରଖିଥିଲେ। ସେ ମାଂସଖିଆ ଦୁଇ ଜଣଙ୍କୁ ଲୋକେ ମାଡ ମାରିବା ସହ ଗାମୁଛାରେ ବାନ୍ଧି ଆଣିଥିବା ମାଂସକୁ ଉଦ୍ଧାର କରିଥିଲେ । ଫଳରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଥିଲା । ଏ ସଂକ୍ରାନ୍ତରେ ଆଇଆଇସି ସଞ୍ଜୟ କୁମାର ପରିଡା କହିଛନ୍ତି ଯେ ଲୋକଙ୍କ ଅଭିଯୋଗକୁ ନେଇ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ନିଶାଶକ୍ତ ଅବସ୍ଥାରେ ଦୁଇ ଜଣ ଏଭଳି କାଣ୍ଡ ଘଟାଇଥିବାବେଳେ ଘଟଣାର ତଦନ୍ତ ଜାରି ରହିଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com