Breaking NewsFeaturedଓଡ଼ିଶାଜାତୀୟ
ସୃଷ୍ଟି ହେଲା ଲଘୁଚାପ, ୨୪ ଯାଏଁ ପ୍ରବଳ ବର୍ଷା
ମୋବାଇଲ୍ ନ୍ୟୁଜ୍ ବ୍ୟୁରୋ: ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ । ଏହା ପ୍ରଭାବରେ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍ କରି ସୂଚନା ଦିଆଯା଼ଇଛି। କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । ସମୁଦ୍ର ଅଶାନ୍ତ ହେଉଥିବାରୁ ୨୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି ।
ସେପଟେ ଦକ୍ଷିଣ ଓଡ଼ିଶାରେ ଦେଖାଦେଇଛି ବର୍ଷା ବିତ୍ପାତ । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ପାରଳାଖେମୁଣ୍ଡିରେ ପୋଲ ଭାସି ଯିବାରୁ ଅନେକ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି । ଏହି ଦୁଇ ଜିଲ୍ଲାର ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି ।