Breaking NewsFeaturedଓଡ଼ିଶାଜାତୀୟ

ସୃଷ୍ଟି ହେଲା ଲଘୁଚାପ, ୨୪ ଯାଏଁ ପ୍ରବଳ ବର୍ଷା

ମୋବାଇଲ୍‌ ନ୍ୟୁଜ୍‌ ବ୍ୟୁରୋ: ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ । ଏହା ପ୍ରଭାବରେ ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍‌ କରି ସୂଚନା ଦିଆଯା଼ଇଛି। କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । ସମୁଦ୍ର ଅଶାନ୍ତ ହେଉଥିବାରୁ ୨୨ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି ।

ରିପୋର୍ଟ ଅନୁସାରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ‌ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, କଟକ, ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଦକ୍ଷିଣ ଓଡ଼ିଶାରେ ଦେଖାଦେଇଛି ବର୍ଷା ବିତ୍ପାତ । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ପାରଳାଖେମୁଣ୍ଡିରେ ପୋଲ ଭାସି ଯିବାରୁ ଅନେକ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି । ଏହି ଦୁଇ ଜିଲ୍ଲାର ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com