
ସିନେ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଞ୍ଚିଲା । ଆସନ୍ତା ୮ ତାରିଖରେ ହେବ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ ସଂରକ୍ଷିତ ରଖିଥିଲେ କୋର୍ଟ ।
ଆସନ୍ତା ୮ ତାରିଖରେ ଏସଡିଜିଏମ କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ମହିଳା ସାମ୍ବାଦିକଙ୍କୁ ମାଡ ମାରିବା ଅଭିଯୋଗରେ ଏବେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ । ଟୁଟୁଙ୍କୁ ନାଁରେ ଦଫା ୩୫୪, ୩୪୧, ୩୨୩, ୨୯୪ ଲାଗିଛି ।