Breaking NewsFeaturedଓଡ଼ିଶା

ଶ୍ରୀମନ୍ଦିର ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ବୁଧବାର ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ।

ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।

Related Articles

Back to top button
WP Twitter Auto Publish Powered By : XYZScripts.com