ଓଡ଼ିଶା

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ

ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଲଘୁଚାପଟି ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ବେହାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com