ଜାତୀୟ
ଜିଡିପି ୪ ଟ୍ରିଲିୟନ ଡଲାର
ଭାରତର ଅର୍ଥନୀତିର ଆକାର ପ୍ରଥମ ଥର ପାଇଁ ୪ ଟ୍ରିଲିୟନ ଡଲାର ଅତିକ୍ରମ କରିଛି। ଏହା ସହ ଭାରତ ବର୍ତ୍ତମାନ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ହେବାକୁ ଅତି ନିକଟତର ହୋଇଛି।
୫ ଟ୍ରିଲିୟନ ଡଲାର ଅର୍ଥନୀତି ହେବାର ଲକ୍ଷ୍ୟ ହାସଲ କରିବା ଦିଗରେ ଏହା ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି।ଜିଡିପି ଲାଇଭ ତଥ୍ୟ ଅନୁଯାୟୀ ୧୮ ନଭେମ୍ବରରେ ବିଳମ୍ବିତ ରାତିରେ ଭାରତ ଏହି ମାଇଲଖୁଣ୍ଟ ହାସଲ କରିଛି।