ରାଜନୀତି

ପ୍ରଥମ ଦିନରେ ହେବ ଉପବାଚସ୍ପତି ନିର୍ବାଚନ

ମଙ୍ଗଳବାରଠୁ ଷୋଡଶ ବିଧାନସଭାର ଚତୁର୍ଥ ଅଧିବେଶନ ଅର୍ଥାତ ଶୀତ ଅଧିବେଶନ ଆରମ୍ଭ ହେବ । ଡିସେମ୍ବର ୩୦ ତାରିଖ ଯାଏଁ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି ।

ବିଧାନସଭା ଶୀତ ଅଧିବେଶନ ମଙ୍ଗଳବାର ଅର୍ଥାତ ଆସନ୍ତାକାଲିଠୁ ଆରମ୍ଭ ହେଉଥିବାରୁ ଅଧିବେଶନ ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବାରୁ ଅଧିବେଶନ କିପରି ସୁରୁଖୁରୁରେ ଚାଲିବ ସେନେଇ ଆଜି ବାଚସ୍ପତି ପ୍ରମାଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସର୍ବଦଳିୟ ବୈଠକରେ ଆଲୋଚନା ହୋଇଛି ।

ତେବେ ମଙ୍ଗଳବାର ଠାରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ସୁରକ୍ଷା ବଳୟରେ ରହିବ ବିଧାନସଭା ଗୃହ । ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଏନେଇ ଡିଜିପି ସୁନୀଲ ବଂଶଲ ବିଧାନସଭା ବାହାର ଓ ଭିତର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ସେହିପରି ଚଳିତ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାରେ ୨୮ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ । ସୁରକ୍ଷା ଦାୟିତ୍ୱରେ ଭିବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ୮ ଜଣ ଅତତିରିକ୍ତ ଡିସିପି , ୧୬ ଜଣ ଏସିପି କାର୍ଯ୍ୟ କରିବେ ବୋଲି ସୂଚନା ଦେଇଛନ୍ତି ଡିସିପି ସୁନୀଲ ବଂଶଲ ।

ବାଇଟ-
() ସେପଟେ ମଙ୍ଗଳବାର ଶୀତ ଅଧିବେସନ ପୂର୍ବରୁ ଉପବାଚସ୍ପତି ନିର୍ବାଚନ ହେବ । ବିଧାନସଭା ଉପବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ଉଦୟଗିରି ବିଜେଡି ବିଧାୟକ ସାଲୁଗା ପ୍ରଧାନ । ସେ ଓଡିଶା ବିଧାନସଭାର ପରବର୍ତ୍ତୀ ଉପ ବାଚସ୍ପତି ହେବ । ତେବେ ଗତ ୮ ତାରିଖରେ ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏବେ ଖାଲି ପଡିଛି ଉପବାଚସ୍ପତି ପଦ ।

ତେଣୁ ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଉପବାଚସ୍ପତି ପଦ ପାଇଁ ନିର୍ବାଚନ ଆୟୋଜିତ ହେବ । ସାଲୁଗା ପ୍ରଧାନ ହେୁଛନ୍ତି ଓଡିଶା ବିଧାନସଭାର ଦୁଇ ଦୁଇ ଥରର ବିଧାୟକ । ବିଜେଡି ଟିକେଟରୁ ଜିଉଦୟଗିରି ବିଧାନସଭା ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com