ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଥିବା ବେଳେ ଏହାରି ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।
ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।