Breaking NewsFeaturedଓଡ଼ିଶା

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୁଇ ଦିନିଆ କାର୍ଯ୍ୟକ୍ରମରେ ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟସୂଚୀ ରହିଛି।

୨୭ ତାରିଖ ଆର୍ଥାତ୍‌‌ ସୋମବାର ଦିନ ପାରାଦୀପ ଯାଇ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାକୁ ଦୃଷ୍ଟିରେ ରଖି କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୧୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ।

Related Articles

Back to top button