ଶିକ୍ଷା

ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଏକ ITI ପ୍ରତିଷ୍ଠା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଏକ ITI ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ। ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ।

ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବସମ୍ବଳର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ITI ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

Related Articles

Back to top button