Breaking NewsFeaturedଅନ୍ୟାନ୍ୟ

ଆହୁରି ଘନିଭୂତ ହୋଇ ଆଜି ବାତ୍ୟାର ରୂପ ନେବ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନିଭୂତ ହୋଇ ଗଭୀର ଅବପାତର ରୂପ ନେବା ପରେ ବର୍ତମାନ ଏହା ପଶ୍ଚିମ ଓ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହା ଆହୁରି ଘନିଭୂତ ହୋଇ ଆଜି ବାତ୍ୟାର ରୂପ ନେବ । ଏହା ଆସନ୍ତାକାଲି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ତତ୍ସଂଲଗ୍ନ ଉତର ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଏହା ପରେ ଦକ୍ଷିଣ ଆନ୍ଧ୍ର ଉପକୂଳର ସମାନ୍ତରାଳ ଭାବେ ଉତର ଦିଗରେ ଗତି କରିବାର ଆଶଙ୍କା ରହିଛି । ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେଲୋର ଓ ମଛିଲିପଟନମ୍ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନ ଘଂଟା ପ୍ରତି ୧୦୦ କିଲୋମିଟର ବେଗରେ ବହିପାରେ । ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳବର୍ତି ଅଂଚଳ ପାଇଁ ବାତ୍ୟା ହାଇଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ ବାତିଲ କରାଯାଇଛି । ୫ ତାରିଖ ପୂର୍ବାହ୍ଣରେ ଦକ୍ଷିଣ ଆନ୍ଧ୍ର ଉପକୂଳରେ ବାତ୍ୟା ମାଡ଼ ହେବା ଆଶଙ୍କା ଥିବାରୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରେଳସେବା ପ୍ରଭାବିତ ହେବ ତେଣୁ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଡୁଚେରୀ, ତାମିଲନାଡୁ, ଆନ୍ଧ୍ର, ଓଡ଼ିଶା, ପଶ୍ଚିମବଙ୍ଗ ଦେଇ ଯାଉଥିବା ଟ୍ରେନ ବାତିଲ କରିବାକୁ ନିଷ୍ପତି ନେଇଛି ପୂର୍ବତଟ ରେଳ ବିଭାଗ । ଏ ନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଜାରି ହୋଇଛି । ପୂର୍ବତଟ ରେଳବାଇ ଅଂଚଳରୁ ଯାତ୍ରା ଆରମ୍ଭ କରୁଥିବା ୧୨ଟି ଟ୍ରେନ୍ ବାତିଲ ହୋଇଥିବା ବେଳେ ଏହି ଅଂଚଳ ଦେଇ ଯାଉଥିବା ୫୪ଟି ଟ୍ରେନ୍‌ ଚଳାଚଳ ପ୍ରଭାବିତ ହେବ । ବାତିଲ ହେଇଥିବା ଟ୍ରେନ ହେଉଛି ପୁରୀ-ଚେନ୍ନାଇ ଏକ୍ସପ୍ରେସ, ଭୁବନେଶ୍ୱର-ତିରୁପତି ଓ ଭୁବନେଶ୍ୱର-ବାଙ୍ଗାଲୋର ଏକ୍ସପ୍ରେସ୍ ।

Related Articles

Back to top button
WP Twitter Auto Publish Powered By : XYZScripts.com