ଅନ୍ୟାନ୍ୟ

‘ମିଗଜୋମ’ ପାଇଁ ଆସନ୍ତାକାଲି ଗଜପତିରେ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି । ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ମିଗଜୋମ ପ୍ରଭାବରେ ଗଜପତି ଜିଲ୍ଲା ମୋହନା ରେ ଝିପି ଝିପି ବର୍ଷା ଲାଗି ରହିଛି । ଗତ ରାତିଠାରୁ ବର୍ଷା ଲାଗି ରହିଥିବା ବେଳେ ଜନ ଜୀବନ ପ୍ରଭାବିତ ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ତେଣୁ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ସେପଟେ ଓଡିଶା ଉପରେ ସେଭଳି କୌଣସି ବାତ୍ୟାର ପ୍ରଭାବ ନାହିଁ ବୋଲି ଆଇଏମଡି ସ୍ପଷ୍ଟ କରିଛି । ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ ଦିଆଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମରେ ବର୍ଷା ହେବ ବୋଲି ସୂଚନା ରହିଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଯେମିତି କି ମାଲକାନଗିରି, କୋରାପୁଟ, ଗଜପତି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com