Breaking NewsFeaturedଅନ୍ୟାନ୍ୟ
ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ମୁହାଁ ହୋଇଛି ବାତ୍ୟା
![](https://i0.wp.com/odia.mobilenews24x7.com/wp-content/uploads/2023/12/biparjaya.jpg?resize=688%2C389&ssl=1)
ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ମୁହାଁ ହୋଇଛି ବାତ୍ୟା ‘ମିଗଜୋମ’ । ଆଉ କିଛି ଘଣ୍ଟା ଭିତରେ ଏହା ନେଲୋର-ମଛଲିପଟନମ୍ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ।
ବାତ୍ୟା ‘ମିଗଜୋମ’ ପ୍ରଭାବରେ ଗତକାଲି ରାତିରୁ ଓଡ଼ିଶାର ସୀମାନ୍ତ ଜିଲ୍ଲା ଗୁଡ଼ିକରେ ଆରମ୍ଭ ହୋଇଯାଇଛି ବର୍ଷା। ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଏସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।